ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ : ଆଜି ପୁଣି ୧୧୦ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ ହେବାରେ ଲାଗିଛି । ମାସକ ପରେ ରାଜ୍ୟରେ ପୁଣି ୧୦୦ ପାର୍ ହୋଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୧୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୪ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୨୩ ରହିଥିବା ବେଳେ ୭୦୫ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଓ ଖୋର୍ଦ୍ଧାରୁ ୧୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ଜଣେ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୬ ଜଣ, ଜଗ୍ତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, କୋରାପୁଟ୍ରୁ ଜଣେ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
Comments are closed.