ପୁଣି ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର: ଆଜି ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ। ଆଜି ଗୃହ ଆରମ୍ଭରୁ ଚାଷୀ ପ୍ରସଙ୍ଗରେ ବିରୋଧୀ ଓ ଶାସକଦଳର ସଦସ୍ୟମାନେ ମୁହାଁମୁହିଁ ହୋଇଥିଲେ। ଶାସକ ଦଳ ପକ୍ଷରୁ ଏମଏସପି ବୃଦ୍ଧି ଦାବି ହୋଇଥିଲା। ଅପରପକ୍ଷରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରସଙ୍ଗ ଉଠାଇଥିଲେ। ଏହାଫଳରେ ଗୃହରେ ପ୍ରବଳ ହଟ୍ଟଗୋଳ ସୃ‌ଷ୍ଟି ହୋଇଥିଲା। ଏହାପରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଏହାପରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଗୃହ ବାହାରେ ଧାରଣା ଦେଇଥିଲେ।ବାଚସ୍ପତି ବିକ୍ରମକେଶରୀ ଆରୁଖ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ବିଧାନସଭାର ଶୀତ ଅଧିବେଶନ ୨୪ ତାରିଖରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬ ଜଣ ପୂର୍ବତନ ବିଧାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ସେମାନେ ହେଲେ ଚଳିତ ବିଧାନସଭାର ସଦସ୍ୟ ଥିବା ବିଜୟ ରଞ୍ଜନ ସିଂହ ବରିହା ଓ ବିଷ୍ଣୁ ଚରଣ ସେଠୀ, ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକ, କପିଳ ନାରାୟଣ ତିୱାରୀ, ଗୋପନାରାୟଣ ଦାସ ଓ ଆଦିକନ୍ଦ ସେଠୀ।

Comments are closed.