ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ଅଛି

ଭୁବନେଶ୍ୱର :ଦିନକୁ ଦିନ ଜେଉପରି ଭାବରେ ସୁନା ରୂପା ଦରବୃଦ୍ଧି ହେଉଛି ସେଥି ପାଇଁ ଚିନ୍ତାରେ ପଡିଲେଣି ଗ୍ରାହକ । ସୁନା ଦର ଗତକିଛି ଦିନ ଧରି ସ୍ଥିର ରହିଥିବା ବେଳେ ଗତକାଲି ସୁନା ଦର କିଛି ବୃଦ୍ଧି ପାଇଥିଲା । ଆଜି ସୁନା ଦରରେ କିଛିଟା ପରିବର୍ତ୍ତନ ପାଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୫୦,୯୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୫,୫୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫, ୫୮୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ଯଥାକ୍ରମେ ୫୦,୯୫୦ ଟଙ୍କା ଓ ୫୫,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୧୦୦ ଟଙ୍କା ଓ ୫୫,୭୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୬,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

Comments are closed.