ରାଜ୍ୟରେ ପୁଣି ୧୧୩ ନୂଆ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଆଜି ବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି । ଏହା ମଧ୍ୟରେ ଆଜି ପୁଣି ୧୧୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୦୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୦୬ରହିଥିବା ବେଳେ ୮୯୮ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୭, ଖୋର୍ଦ୍ଧାରୁ ୧୪, ଅନୁଗୁଳରୁ ୫, ବାଲେଶ୍ୱର ୨, ବରଗଡ ୧, ବଲାଙ୍ଗୀର ୩, ବୌଦ୍ଧ ୧, ଢେଙ୍କାନାଳ ୧, ଗଜପତି ୧, ଜଗତସିଂହପୁର ୫, ଯାଜପୁର ୪, ଝାରସୁଗୁଡା ୪, କଳାହାଣ୍ଡି ୭, କେନ୍ଦ୍ରାପଡା ୩, କେନ୍ଦୁଝର ୨, କୋରାପୁଟ ୧, ମୟୁରଭଞ୍ଜ ୧୧, ନୂଆପଡା ୪, ରାୟଗଡା ୧, ସମ୍ବଲପୁର ୩, ଷ୍ଟେଟ ପୁଲରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Comments are closed.