ପୁଣି ବଡ ଦୁର୍ଘଟଣା, ଚାଲିଗଲା ୯ ଜୀବନ

0

ଛତିଶଗଡ଼ର ବେମେତାରା ଜିଲ୍ଲାରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଓ ପିକଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା ହେବାରୁ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୩ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି। ଗୁରୁତରଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଚିକିତ୍ସା ନିମନ୍ତେ ବେମତରା ଓ ସିମଗା ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ବେମେତାରା ଜିଲ୍ଲା କଥିଆ ଗାଁ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଯାତ୍ରୀଙ୍କୁ ଧରି ଏକ କାର୍‌ ଛିଡ଼ା ହୋଇଥିବା ବେଳେ ପଛରୁ ଆସୁଥିବା ପିକ୍‌ଅପ୍‌ଟି ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୯ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି।

Leave A Reply

Your email address will not be published.