ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ଭଜନଲାଲ

ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଜନଲାଲ ଶର୍ମା । ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନ ରାଜଧାନୀ ଜୟପୁର ସ୍ଥିତ ଆଲବର୍ଟ ହଲ୍ ପରିସରରେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି । ପୂର୍ବାହ୍ନ ୧୧ଟା ୩୦ମିନିଟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଭଜନଲାଲ ଶର୍ମା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଥିବା ବେଳେ ଦୁଇ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦିୟା କୁମାରୀ ଏବଂ ପ୍ରେମଚନ୍ଦ୍ର ବୈରୱା । ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ବରିଷ୍ଠ କେନ୍ଦ୍ରୀୟ ନେତୃବୃନ୍ଦ ମଧ୍ୟ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଜୟପୁର ସମେତ ରାଜସ୍ଥାନର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

Comments are closed.