ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଳୀ: ନୂଆ କୃଷି ବିଲକୁ ବିରୋଧ କରି କୃଷକ ଆନ୍ଦୋଳନ ଏବେବି ଜାରି ରହିଛି । ଆସନ୍ତାକାଲି ଏହି ଆନ୍ଦୋଳନକୁ ୪ ମାସ ପୂରିବାକୁ ଯାଉଥିବା ବେଳେ ଭାରତ ବନ୍ଦର ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା । ଆସନ୍ତାକାଲି ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯିବ ।

କାଲି ଭାରତବନ୍ଦକୁ କୃଷକ ସଂଗଠନ ସହ ଅନ୍ୟାନ୍ୟ ସଂଗଠନମାନେ ସମର୍ଥନ ଜଣାଇଥିବା ବେଳେ ପ୍ରଥମ ଥର ପାଇଁ ଆନ୍ଧ୍ରପ୍ରଦେଶର ଜଗନମୋହନ ରେଡ୍ଡି ସରକାର ଏହି ବନ୍ଦକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ରେଡ୍ଡି କହିଛନ୍ତି କି ଏହି ବନ୍ଦ ପାଳନ ଦିନ ୧ ଟା ପର୍ୟ୍ୟନ୍ତ ପାଳନ କରାଯିବ । ଦିନ ୧ ଟା ପରେ ସବୁ ସରକାରୀ ସଂସ୍ଥାନ ଖୋଲା ରହିବ ଓ ଆରଟିସି ବସ୍ ଚାଲିବ । ବନ୍ଦ ବେଳେ ପୂରା ଦେଶରେ ସଡ଼କ, ରେଳ ପରିବହନ ସହ ବଜାର ବନ୍ଦ ରହିବ ବୋଲି କୁହାଯାଇଛି ।

Comments are closed.