ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ପଟ୍ଟାମୁଣ୍ଡାଇ : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ହେଲା ଏହା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ଥିଲା।
ଆସନ୍ତାକାଲି ପର୍ଯ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ୱାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଛି। ନୂତନ ଲୁଣା ନର୍ସରୀ , ସେଲ୍ଫି ପଏଣ୍ଟ , ବିଳାସପୂର୍ଣ୍ଣ ଏସି ରେଷ୍ଟୁରାଣ୍ଟ, ବୋଟ ଲାଇବ୍ରେରୀ ଓ ବ୍ୟାଟେରୀ ବୋଟ ଆଦିକୁ ପ୍ରସ୍ତୁତ ରଖାଯାଇଛି। ସେହିପରି କଟେଜ୍, ମିୟୁଜିୟମ, ବୋଟ୍ ଓ ବ୍ୟାଟେରୀ ଚାଳିତ ଗାଡ଼ି ମଧ୍ୟ ପ୍ରସ୍ତୁତ ରଖାଯାଇଛି।
Comments are closed.