ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର

ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଆଜି ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତିଙ୍କ ନିକଟକୁ ଭୃଗୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଥିବା ଜଣାପଡ଼ିଛି।

ଭୃଗୁ ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଅତ୍ୟନ୍ତ ଦୁଃଖର ସହିତ ଭାରତୀୟ ଜନତାପାର୍ଟିର ପ୍ରାଥମିକ ସଭ୍ୟ ପଦରୁ ମୁଁ ଇସ୍ତଫା ଦେଉଛି। ଗତ ୨୩ ବର୍ଷ ଧରି ଜଣେ ସଭ୍ୟ ଭାବରେ ରାଜ୍ୟ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି। ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ଅତ୍ୟନ୍ତ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତାର ସହିତ ତୁଲାଇଛି। ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିବାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ। କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାରେ ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧି କଲି। ତେଣୁ ଆଗକୁ ବଢ଼ିବାକୁ ସ୍ଥିର କଲି। ଲୋକଙ୍କ ସେବା ଏବଂ ଓଡ଼ିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାଇ ରଖିବି। ମୋର ଇସ୍ତଫାପତ୍ରକୁ ପାର୍ଟି ଗ୍ରହଣ କରିନେବାକୁ ଅନୁରୋଧ କରୁଛି।

Comments are closed.