ଚିଲିକାରେ ଆରମ୍ଭ ହେଲା ଚଳିତବର୍ଷର ପକ୍ଷୀ ଗଣନା

ଖୋର୍ଦ୍ଧା, ରାକେଶ କୁମାର ଜଗଦେବ : ଶୀତଦିନ ଆସିଲେ ମରାଳ ମାଳିନୀ ନିଳାମ୍ବୁ ଚିଲିକାକୁ ଦେଶ ବିଦେଶରୁ ଲକ୍ଷଲକ୍ଷ ରଙ୍ଗ ବେରଙ୍ଗର ପକ୍ଷୀଙ୍କ ସମାଗମ ହୁଏ। ପ୍ରତି ବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା ହୁଏ । ଏହି ଆଧାରରେ ଆଜି ସକାଳ ୫ଘଣ୍ଟିକା ଠାରୁ ମାଧ୍ୟମ୍ନ ୧୨ ଘଣ୍ଟିକା ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ । ଏଥିପାଇଁ ଗତକାଲି ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟରେ ବନ୍ୟପ୍ରାଣୀ ବିଭାଗ ତରଫରୁ ପକ୍ଷୀ ଗଣନା ସଂପର୍କରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ପ୍ରଶିକ୍ଷଣ ଶିବିରରେ ବମ୍ବେ ନାଚୁରାଲ ହିଷ୍ଟ୍ରି ସୋସାଇଟି ଅଧିକାରୀ, କର୍ମକର୍ତ୍ତା, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ, ପକ୍ଷୀ ବିଶାରଦ, ବନ୍ୟପ୍ରାଣୀ ଉପରେ କାମ କରୁଥିବା ସାମାଜିକ ସଂଗଠନ ର ଅଭିଜ୍ଞ ବ୍ୟକ୍ତିମାନେ ଯୋଗଦେଇ ପକ୍ଷୀ ଗଣନା ସଂପର୍କରେ ପ୍ରଶିକ୍ଷଣ ନେଇଥିଲେ ।

Comments are closed.