ଝାରସୁଗୁଡ଼ା ଉପ ନିର୍ବାଚନ ଦୀପଳୀଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର :ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳ ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି।

ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ମେ’ ୧୩ ତାରିଖରେ ଗଣତି ହେବ। ଏନେଇ ଏପ୍ରିଲ ୧୩ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିବେ। ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୨୪ ରହିଛି।

Comments are closed.