ପିପିଲି ଉପନିର୍ବାଚନ: ରାଲିରେ ବିଜେପି-ବିଜେଡି ମୁହାଁମୁହିଁ

ପିପିଲି : ପିପିଲି ନିର୍ବାଚନକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ପିପିଲିରେ ନିର୍ବାଚନ ପ୍ରଚାର ବେଳେ ହିଂସାକାଣ୍ଡ ଦେଖାଯାଇଛି । ରାଲିରେ ଯିବାବେଳେ ବିଜେପି କର୍ମୀଙ୍କୁ ମାଡ ସହିତ ବାଇକ ଭଙ୍ଗାରୁଜା କରାଯାଇଛି । ପିପିଲି ଥାନା ରାଇଗିରିପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି । ରାଲି ଉପରେ ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ରାଲିରେ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଉପସ୍ଥିତ ଥିଲେ । ଆକ୍ରମଣ ପ୍ରତିବାଦରେ ଗାଁ ଦାଣ୍ଡରେ ଆଶ୍ରିତ ପଟ୍ଟନାୟକ ଧାରଣା ଦେଇଛନ୍ତି । ରାଲିରେ ଥିବା ସମସ୍ତ କର୍ମୀ ଧାରଣାରେ ସାମିଲ ହୋଇଛନ୍ତି । ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି ।

ତେବେ ବିଜେଡିରୁ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ପ୍ରାର୍ଥୀ ହୋଇଛନ୍ତି । ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ଅଜିତ ମଙ୍ଗରାଜ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଛନ୍ତି । ଆସନ୍ତା ମାସ ୩ ଓ ୪ ତାରିଖ ଦିନ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ । ପିପିଲି ଉପ ନିର୍ବାଚନ ପାଇଁ ମୋଟ ୧୫ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ଦାଖଲ କରିଛନ୍ତି । ମୋଟ ୨୯ସେଟ ନାମାଙ୍କନପତ୍ର ଦାଖଲ ହୋଇଛି । ଆସନ୍ତା ୧୭ରେ ପିପିଲି ଉପ ନିର୍ବାଚନ ହେବ।

Comments are closed.