ବନ୍ୟାଞ୍ଚଳ ପାଇଁ ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ୍‌ ହୋଇଛି। ଏବେ ଅନେକ ଜିଲା ପାଣି ଘେରରେ ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ବନ୍ୟାଞ୍ଚଳ ପରିଦର୍ଶନ ପରେ ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ଦିନ ପାଇଁ ରିଲିଫ୍‌ ଘୋଷଣା କରିଛନ୍ତି।

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲାର ବନ୍ୟା ପ୍ରପୀଡିତଙ୍କ ପାଇଁ ୧୫ ଦିନ ଏବଂ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଏବଂ ଅନୁଗୋଳ ଜିଲା ପାଇଁ ୭ ଦିନିଆ ରିଲିଫ୍‌ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ବନ୍ୟା ଛାଡିବାର ୭ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 

Comments are closed.