ଦୁଇ ଓଡିଆ ଖେଳାଳିଙ୍କ ପ୍ରଶଂସାରେ ମୁଖ୍ୟମନ୍ତ୍ରୀ ; ଅଲିମ୍ପିକ୍ସ ପୂର୍ବରୁ କିଶୋର ଜେନା ଏବଂ ଅମିତ ରୋହିଦାସଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା ।
ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଭୟ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ । ପ୍ୟାରିସ୍ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଜାଭଲିନ୍ ଥ୍ରୋୟର କିଶୋର ଜେନା ଏବଂ ହକି ଖେଳାଳି ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି । ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Comments are closed.