ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

0

ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ।

ତେଣେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Leave A Reply

Your email address will not be published.