ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ଅଗ୍ନିବୀର ଯୋଜନା’ । ଏହି ଯୋଜନା ଆମର ଅଗ୍ନିବୀରମାନେ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରଇଛନ୍ତି । ରାଜ୍ୟ ସରକାର ଓଡ଼ିଶା ୟୁନିଫର୍ମ ସେବା(ପୁଲିସ ଓ ଅନ୍ୟାନ୍ୟ ସେବା)ରେ ସେମାନଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇ ନ ଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ଏହାସହିତ ସେମାନଙ୍କ ବୟସସୀମା ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Comments are closed.