ଫେବୃଆରୀ ମାସରେ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ ୨ ପରୀକ୍ଷା ସରିବ। ଫେବ୍ରୁଆରି ୧୬ରୁ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ମଧ୍ୟ ଘୋଷିତ ହୋଇଛି।

ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି । ପରଦିନ ଅର୍ଥାତ୍ ୧୭ ତାରିଖ ଦିନ କଳା ଓ ବାଣିଜ୍ୟ ପରୀକ୍ଷା ହେବ।ମିଳିଥିବା ସୂଚନା ଆଧାରରେ ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏହା ସହ କଳାରେ ପ୍ରାୟ ୪ ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି।

Comments are closed.