ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ନୂଆଗାଁ, ପୁଷ୍ପଲତା ପ୍ରଧାନ : ଦେଶର ସର୍ବ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକ ଏକ ନମ୍ବର ସ୍ଥାନରେ ବିବେଚିତ ହୋଇଥିବାରୁ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ପ୍ରଦାନ କରାଯିବାକୁ ନେଇ ନୟାଗଡ ପଠାଣି ସାମନ୍ତ ଅଡିଟରିଅମ ଠାରେ ନୟାଗଡ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ନୟାଗଡ ଏନଏସିର ପୂର୍ବତନ ନଗର ପାଳ ଗୁରୁପ୍ରସାଦ ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ସମ୍ମାନୀତ ଅତିଥି ଭାବେ ଉଚ୍ଚ ଶିକ୍ଷା ଓ କୃଷି ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ, ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ, ଲୋକାଭିମୁଖୀ ଯୋଜନା ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଗଣିତ କରିବା ପାଇଁ ତାଙ୍କ ପ୍ରତିଜ୍ଞା ବଦ୍ଧତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଏହି ସମ୍ବର୍ଦ୍ଧନା ସଭାରେ ନୟାଗଡ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତାଦଳ ସଭାପତି, ଉପସଭାପତି, ସମ୍ପାଦକଙ୍କ ସମେତ ନୟାଗଡ ଜିଲ୍ଲା ବିଜେଡ଼ିର ବହୁ ବରିଷ୍ଠ ବିଜେଡ଼ି କର୍ମୀ ଓ ସଂଗଠକ ଯୋଗ ଦେଇଥିଲେ।

Comments are closed.