ଦେଶରେ ବେକାବୁ କରୋନା ସଂକ୍ରମଣ
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୪୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୨,୭୦,୫୭୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୬,୮୨,୬୯୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୩,୦୬୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୮୧୭କୁ ବୃଦ୍ଧି ପାଇଛି।
Comments are closed.