ଆଶ୍ବସ୍ତି, ରାଜ୍ୟରେ କମୁଛି କରୋନା

ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା। ହ୍ରାସ ପାଉଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୯୦ ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର, କଟକ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୬୫୮୨୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.