ପୁଣି କରୋନା ପଞ୍ଝାରେ ଖୋର୍ଦ୍ଧା

ଭୁବନେଶ୍ୱର:  କରୋନା କଟକଣା କଥା ସମ୍ପୂର୍ଣ୍ଣ ଭୁଲିଗଲେ ।  ରାଜ୍ୟରେ ଆଜି ଦୁଇ ଶହ ଅତିକ୍ରମ କରିଛି ଦୈନିକ ସଂକ୍ରମଣ। ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ବଢ଼ିଚାଲିଛି । ଅମାନିଆଙ୍କୁ ସାବାଡ଼ କରିବା ପାଇଁ ରାଜଧାନୀରେ ମାସ୍କ ବାଧ୍ୟତାମୂଳକ ହୋଇଛି । ରାଜ୍ୟରେ କିନ୍ତୁ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲଗିଛି।

ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୪ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୯୬୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮୬ ଜଣ, କଟକରୁ ୩୮ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ, ବାଲେଶ୍ବରରୁ ୮ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ନୂଆପଡ଼ାରୁ ୪ ଜଣ, ଭଦ୍ରକ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ,ଯାଜପୁର, କନ୍ଦମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌୍ରୁ ୨୨ ଜଣ ସଂକ୍ରମିତ ରହିଛନ୍ତିି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୯୧୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୯୭୪୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.