ମାଡୁଛି କରୋନା, ଆଜି ରାଜ୍ୟରେ ୫୧୨କରୋନା ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିଲାଣି ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୨ ଜିଲ୍ଳାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ, କଟକରୁ ୮୯ ଜଣ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୯ ଜଣ ଲେଖାଁଏ, ସୋନପୁରରୁ ୧୫ ଜଣ, ଯାଜପୁରରୁ ୧୦ ଜଣ, ଜଗତସିଂହପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, ସମ୍ବଲପୁରରୁ ୬ ଜଣ, କେନ୍ଦ୍ରାପଡ଼ା ଓ ମାଲକାନଗିରି ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବରଗଡ଼, ଭଦ୍ରକ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୫୧ ଜଣ ଆକ୍ରାନ୍ତ ରହିଛନ୍ତି।
Comments are closed.