ଆଜି ଦେଶରେ ୨୦ହଜାର ପାର ଦୈନିକ ସଂକ୍ରମଣ
ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢାଇଛି କୋରୋନା । ଦୁଇ ଦିନ ହେଲା ୨୦ ହଜାର ପାର୍ କରୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୨୦,୦୩୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକି ଗୁରୁବାର ତୁଳନାରେ ସାମାନ୍ୟ କମ୍ ହୋଇଥିଲେ ମଧ୍ୟ ଚିନ୍ତାଜନକ ରହିଛି । ବର୍ତ୍ତମାନ ଦୈନିକ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଇଛି । ୨୪ ଘଣ୍ଟାରେ ଦେଶରେ ୪୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୬,୯୯୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷେ ମୁହାଁ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୯,୦୭୩କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ ୪.୪୪%ରେ ପହଞ୍ଚିଛି । ଏଯାବତ୍ ୪,୩୦,୪୫,୩୫୦ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୫,୬୦୪ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୮,୯୨,୯୬୯ ଜଣଙ୍କୁ ଟିକା ଦିଆଯାଇଛି ।
Comments are closed.