ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ କେତେ?
ଭୁବନେଶ୍ୱର : ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୩ ଜଣ କୋଭିଡ୍ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨ଲକ୍ଷ ୭୯ ହଜାର୧୧୮ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡ଼ାରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର, କଟକ ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନାଥାଉକି ଆଜି ରାଜ୍ୟରେ ସାତ ଜଣ କରୋନା ପଜିଟିଭ ଚହ୍ନଟ ହୋଇଛନ୍ତି।
Comments are closed.