ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: କରୋନା ସଂକ୍ରମଣରେ ବଡ ହ୍ରାସ । ଦୀର୍ଘ ଦିନ ପରେ ଦେଶରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମାତ୍ର ୮,୮୧୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି ।

ଦିନକରେ ୨୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫,୦୪୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୬,୩୮,୮୪୪କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୨୫୨ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୧୫% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୦୯୮ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୬,୧୦,୮୬୩ ଜଣଙ୍କୁ ଟିକା ଦିଆଯାଇଛି ।

Comments are closed.