କମୁଛି କରୋନା, ଆଜି ୨୩୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୫୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୩ ଜଣ, କଟକରୁ ୩୧ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ, ବଲାଙ୍ଗୀରରୁ ୧୨ ଜଣ, ନବରଙ୍ଗପୁରରୁ ୧୧ ଜଣ, ମୟୂରଭଞ୍ଜରୁ ୧୦ ଜଣ, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଁଏ, ପୁରୀରୁ ୮ ଜଣ, ବାଲେଶ୍ବର ଓ ବରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଁଏ, ନୂଆପଡ଼ାରୁ ୬ ଜଣ, ଗଞ୍ଜାମରୁ ୪ ଜଣ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ଯାଜପୁର, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୫୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୦୭୧୭ ଜଣ ସୁସ୍ଥ ହୋଇଛନ୍ତି ।
Comments are closed.