ସମ୍ବଲପୁର ଜିଲ୍ଲାରେ ସତକ ଛୁଇଁଲା କରୋନା ପଜିଟିଭଙ୍କ ସଂଖ୍ୟା
ସମ୍ବଲପରୁ, ତୁସବନ୍ତ ଯୋଶୀ ଏବଂ ନବୀନ ଦାଶ : ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ୫୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରେ ସମ୍ବଲପରୁ ଜିଲାର ଦୁଇ ମହିଳାଙ୍କ ସହ ୬ ଜଣ ଚିହ୍ନଟ ଅଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ କରୋନା ରୋଗୀ ସଂଖ୍ୟା ୧୦୪ ରେ ପହଞ୍ଚିଛି । ତେବେ ଜିଲ୍ଲାରେ ଆଜି ପର୍ଯ୍ୟନ୍ତ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଲେ ୫୭ ଜଣ ରୋଗିଙ୍କ ଚିକିତ୍ସା ଚାଲିଥିବା ଜଣାପଡିଛି । ଅନ୍ୟ ପକ୍ଷରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢି ଚାଲିଥିବା ବେଲେ ବୁର୍ଲା ସ୍ଥିତ ବିର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ) କୁ ଏହାର କର୍ତୃପକ୍ଷ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ସଟଡାଉନ କରିଥିବାବେଳେ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ମଧ୍ୟ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ସଟଡାଉନ ଘୋଷଣା କରାଯାଇଛି ।
Comments are closed.