୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ସମ୍ଭାବ୍ୟ ବାତ୍ୟା ‘ରେମଲ’

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିବ ‘ରେମଲ’। ତେବେ ୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବାତ୍ୟା।

Comments are closed.