ମର୍ମନ୍ତୁଦ ସଡକ ଦୁର୍ଘଟଣା ବସ ସହ ଟ୍ରକ ଧକ୍କା, ୨ ମୃତ , ୪୦ ଆହତ

କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କଳା ପୋଲ ନିକଟରେ ଦଶ ଚକିଆ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଘନ କୁହୁଡି ଯୋଗୁଁ ଦୁର୍ଘଟଣା ହୋଇଥିବା କହିଛନ୍ତି ପ୍ରତ୍ୟକ୍ଷଦର୍ଶୀ । ଚାନ୍ଦବାଲିରୁ ଆସୁଥିବା ମନୋରମା ବସ୍ ଓ କଟକ ଆଡୁ ଯାଉଥିବା ଦଶ ଚକିଆ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି ।

ବସରେ ମୋଟ ୬୦ ଜଣ ଯାତ୍ରୀ ଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି ।ଯେଉଁମାନଙ୍କ ମଧ୍ୟରେ ୨୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ବସ୍ ଭିତରେ ୪ ଜଣ ଫଶି ରହିଥିବା ବେଳେ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ଏହି ଘଟଣା ପରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ରାସ୍ତା ବନ୍ଦ ରହିଥିଲା। ନିଶ୍ଚିନ୍ତକୋଇଲି ପୋଲିସ ୨ ପ୍ଲାଟୁନ ଫୋର୍ସ ଓ ଓଡ୍ରାକ୍‌ ଟିକ୍‌ ବସ୍‌ ଏବଂ ଟ୍ରକ୍‌କୁ କାଟି ଲୋକମାନଙ୍କୁ ଉଦ୍ଧାର କରିଥିଲେ। ଏବେ ମଧ୍ୟ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କଟକ ଜିଲାପାଳ ନରହରି ସେଠୀ ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ ।

Comments are closed.