ଯୁକ୍ତ ଦୁଇ ପରୀକ୍ଷା ଖରାପ ହେବାରୁ ସୁଇସାଇଡ଼ ନୋଟ ଲେଖି ଛାତ୍ରଙ୍କ ଆତ୍ମହତ୍ୟା

ଢେଙ୍କାନାଳ(ନିହାର ରଞ୍ଜନ ସାହୁ) : ଯୁକ୍ତ ଦୁଇ ପରୀକ୍ଷା ଖରାପ ହେବାରୁ ସୁଇସାଇଡ଼ ନୋଟ ଲେଖି ଛାତ୍ରଙ୍କ ଆତ୍ମହତ୍ୟା । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସରାଙ୍ଗ ସ୍ଥିତ ଆଇଜିଆଇଟି (IGIT) କ୍ୟାମ୍ପସରେ । କ୍ୟାମ୍ପସରେ ଥିବା କ୍ୱାଟର୍ସ ନଂ -: F/13 ରେ ଛାତ୍ର ଜଣଙ୍କ କରିଛନ୍ତି ଆତ୍ମହତ୍ୟା । ମୃତ ଛାତ୍ର ଜଣଙ୍କ ତାଳଚେର ଥର୍ମାଲ ଡିଏଭି (DAV) ସ୍କୁଲର ଯୁକ୍ତ ଦୁଇ ଛାତ୍ର ଅବିନାଶ ପ୍ରଧାନ । ଅବିନାଶଙ୍କ ବାପା ଆନନ୍ଦ ଚନ୍ଦ୍ର ପ୍ରଧାନ ଆଇଜିଆଇଟି କଲେଜରେ ଲ୍ୟାବ ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି । ତେଣୁ ସପରିବାର ପରଜଙ୍ଗ ଥାନା ବାରିହାପୁର ଗାଁ ଛାଡି ସରାଙ୍ଗ ଆଇଜିଆଇଟି କ୍ୟାମ୍ପସରେ ରହୁଛନ୍ତି । ଛାତ୍ର ଜଣଙ୍କ ନିଜ ସୁଇସାଇଡ଼ ନୋଟରେ ପରୀକ୍ଷା ଖରାପ ହେବାରୁ ଆତ୍ମହତ୍ୟା କରିଥିବା ଲେଖିଛନ୍ତି । ଛାତ୍ର ଜଣଙ୍କ ନିଜ ପରୀକ୍ଷାର ଆବେଗକୁ ପରିପ୍ରକାଶ କରିଛନ୍ତି । ତାଙ୍କ ମୃତ୍ୟୁ ପାଇଁ ତାଙ୍କ ବାପା ମାଆ ଦାୟୀ ନୁହଁନ୍ତି ବୋଲି ସେ ଲେଖିଛନ୍ତି ବରଂ ତାଙ୍କ ବିବେକ ତାଙ୍କୁ ୯୦% ମାର୍କ ରଖିବା ପାଇଁ ବାଧ୍ୟ କରିଛି ବୋଲି ସେ ସୁଇସାଇଡ଼ ନୋଟରେ ପ୍ରକାଶ କରିଛନ୍ତି । ତେବେ ଏ ନେଇ ଖବର ପାଇବା ପରେ ପରଜଙ୍ଗ ପୋଲିସ ମୃତ ଦେହକୁ ଉଦ୍ଧାର କରି ଅଧିକ ତଦନ୍ତ ଚଳାଇଛି ।

Comments are closed.