ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରୁଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା

ନୂଆଦିଲ୍ଳୀ: ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ଅରୁଣ ଗୋଭିଲ । ମତଦାନ ପାଖେଇ ଆସୁଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି । ଏତିକି ବେଳେ ବିଶାଳ ରୋଡ ସୋ’ରେ ବାହାରି ଭୋଟ ଭିକ୍ଷା କରିଛନ୍ତି ରାମାଣୟର ରାମ-ସୀତା ।

ସାଙ୍ଗରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରି ମଧ୍ୟ ସାମିଲ ହୋଇଥିଲ । ଯାହାଙ୍କୁ ଦେଖିବାକୁ ରାସ୍ତାର ଦୁଇ କଡରେ ହଜାର ହଜାର ଲୋକ ଉପସ୍ଥିତ ଥିଲେ। ଆସନ୍ତା ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମିରଟ ସମେତ ଉତ୍ତରପ୍ରଦେଶର ୮ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ।

Comments are closed.