ରାଜ୍ୟରେ ନିଆଁ ବର୍ଷା

0

ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମା ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ଟପିଲାଣି। ୩୭.୨ ଡିଗ୍ରୀ ସହ ତାଳଚେର ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭବାନୀପାଟଣାରେ ୩୬.୨, ବଲାଙ୍ଗୀର ୩୫.୪, ମାଲକାନଗିରି ୩୫ , ଝାରସୁଗୁଡା ୩୪.୮ , ବାଲେଶ୍ଵର ୩୪.୬, ରାଉରକେଲା ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସିଭିୟର ହିଟଓ୍ବେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଏବଂ ଶୁକ୍ରବାର ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.