ପୁଣି ବିବାଦ ଭିତରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ

ୱାଶିଂଟନ: ପୁଣି ଅଡ଼ୁଆରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଟ୍ର ଟ୍ରମ୍ପ। ସୂଚନା ଅନୁସାରେ, ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଷଡଯନ୍ତ୍ର କରିଥିଲେ ବୋଲି ତାଙ୍କ ବିରୋଧରେ ଏକ ଚାର୍ଜସିଟ ଦାଖଲ କରାଯାଇଛି ।

ଆଜି ସେ ଜର୍ଜିଆ କୋର୍ଟରେ ଆତ୍ମସମର୍ପଣ କରିବେ ବୋଲି ଜଣାପଡ଼ିଛି। ନିର୍ବାଚନରେ ପରାଜୟ ବରଣ କରିବା ଓ କ୍ଷମତା ହସ୍ତାନ୍ତରକୁ ରୋକିବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଫେଡେରାଲ ତଦନ୍ତରେ ଅଭିଯୁକ୍ତଭାବେ ଦର୍ଶାଯାଇଥିବା ଜଣାପଡ଼ିଛି ।

Comments are closed.