କାଲିଠାରୁ ଆଉ ଗଡିବନି ରାଜ୍ୟରେ ବସ

ଭୁବନେଶ୍ୱର : ପୁଣି ତେଜିଲା ବସ ଆନ୍ଦୋଳନ ।  କାଲିଠୁ ରାଜ୍ୟରେ ଗଡ଼ିବନି ଘରୋଇ ବସ୍ । ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ଏହାରି ଭିତରେ ଆଜି ପୁଣି ବସିବ ବୈଠକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ ମାଲିକ ସଂଘର ଆଲୋଚନା ହେବାର ରହିଛି । ପାର୍ବଣବେଳେ ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି ।

ରାଜ୍ୟ ସରକାରଙ୍କ ସହ ବାରମ୍ବାର ଆଲୋଚନା ସତ୍ୱେ ସରକାର ପ୍ରତିଶ୍ରୁତି ପୂରଣ କରୁନଥିବାରୁ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ସଂଘ କହିଛି, ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ବି ତାକୁ ପାଳନ କରିନାହାନ୍ତି ।

Comments are closed.