ତ୍ରୁଟି ପାଇଁ ଗ୍ରେସ ମାର୍କ

CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି। ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା।

ସେ ଆହୁରି କହିଛନ୍ତି, କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେଂପ୍ଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ। ଆଟେଂପ୍ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ। ଯେତିକି ଚଏସ ଡେଫିସିଟ ପ୍ରଶ୍ନ ଆଟେମ୍ପଟ ନେଇଥିବେ ତାହାର ପୂରା ମାର୍କ ପାଇବେ। ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍ ମାର୍କ ମିଳିବ ନାହିଁ।

Comments are closed.