ଆଜି ଗୁରୁପ୍ରିୟା ସେତୁର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ବହୁପ୍ରତୀକ୍ଷିତ ଗୁରୁପ୍ରିୟା ସେତୁର ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ । ଯାହାଦ୍ୱାରା ଜିଲ୍ଲାର ବିଚ୍ଛିନ୍ନାଞ୍ଚଳକୁ ବାହାର ଦୁନିଆର ସହିତ ଯୋଗାଯୋଗର ବାଟ ଫିଟିିବା ସହିତ ଲୋକମାନେ ଉପକୃତ ହୋଇପାରିବେ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦବୋସ୍ତ କରାଯାଇଛି । ଏଥି ସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସେଠାରେ ଏସପି ଜଗମୋହନ ମୀନା ଗୁରୁପ୍ରିୟା ସେତୁ ସୁରକ୍ଷା ଦାୟିତ୍ୱ ତୁଲାଉଛନ୍ତି ।
Comments are closed.