ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ
ଖୋର୍ଦ୍ଧା (ସଞ୍ଜୀବ କୁମାର) : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ଅନ୍ତର୍ଗତ ବେଣାପଞ୍ଜରୀ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ଜିତେନ୍ଦ୍ର ପଣ୍ଡା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ୱାସ୍ଥ୍ୟ ମେଳାରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ନନ୍ଦିତା ଗୁପ୍ତା, ଡ.ପି.ଏମ ପ୍ରକାଶ ବାନାର୍ଜୀ, ସି.ଡି.ପି.ଓ ବନ୍ଦନା ଦେବୀ, ସୁପର ଭାଇଜର ମଧୁମିତା ପରିଜା ଓ ବି.ପି.ଓ କଲ୍ୟାଣି ସାହୁ ପ୍ରମୁଖ ଯୋଗଦେଇ ସ୍ୱାସ୍ଥ୍ୟ ହିଁ ସମ୍ପଦ ତଥା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଚାଲିଥିବା ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ସ୍ୱାସ୍ଥ୍ୟ ମେଳାରେ ବିଭିନ୍ନ ବିଭାଗର ବହୁ ବରିଷ୍ଠ ଡାକ୍ତର ମାନେ ଯୋଗଦେଇ ରୋଗୀ ସେବା କରିଥିଲେ । ଏହି ସ୍ୱାସ୍ଥ୍ୟ ମେଳାରେ ପାଖା ପାଖି ଏକ ହଜାର ଲୋକଙ୍କୁ ମାଗଣାରେ ଚିକିତ୍ସା ସହିତ ଔଷଧ ବିତରଣ କରଯାଇଥିଲା ।
Comments are closed.