ଓଡ଼ିଶାରେ ପ୍ରବଳ ବର୍ଷାର ସର୍ତକ ସୂଚନା

ଭୁବନେଶ୍ୱର- ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସର୍ତକିତ ଜିଲ୍ଲା ମଧ୍ୟରେ ଢେଙ୍କାନାଳ, ଅନୁଗୁଳ, ନୟାଗଡ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଖୋର୍ଦ୍ଧା, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ସବୁ ଜିଲ୍ଲାପାଳଙ୍କୁ ସର୍ତକ ରହିବାକୁ ଡେପୁଟି ଏସଆରସି ପ୍ରଭାତ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.