ଭିଜିବ ଓଡ଼ିଶା, ଜାଣନ୍ତୁ କେଉଁ ଜିଲ୍ଲାକୁ ଦିଆଯାଇଛି କେଉଁ ୱାର୍ଣ୍ଣଂ ?

ଭୁବନେଶ୍ୱର: ଲଘୁଚାପରେ ଭିଜିବ ସାରା ଓଡ଼ିଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । କିଛି ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲା ଗୁଡିକ ପାଇଁ ପାଣିପାଗ ବିଭାଗପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ଜାରି ହୋଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Comments are closed.