୨୩ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଦୁଇଦିନ ହେଲା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରିବ ।

ଲଘୁଚାପ ପ୍ରଭାବରେ ଆଜିଠୁ ୨୩ ତାରିଖ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୦ଟି ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଗଜପତି, ମାଲକାନାଗିରି, ରାୟଗଡା, ଖୋର୍ଦ୍ଧା, କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Comments are closed.