ଆସନ୍ତା ୨୭ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ

ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଯାଏଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ରାତି ୮ଟା ୩୦ରୁ ଆସନ୍ତାକାଲି ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ, ଏନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସେହିପରି ୨୬ ତାରିଖ ରାତି ୮ଟା ୩୦ରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର,ଭଦ୍ରକ ଏବଂ ମୟୂରଭଞ୍ଜକୁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି ।

Comments are closed.