ଆଜିଠୁ ୩ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର : ପୁଣି ଥରେ ଉପରମୁହାଁ ହୋଇଛି ପାରଦ। ରାଜ୍ୟରେ ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ଦିଆଯାଇଛି । ଆଜିଠୁ ୩ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୨ ଡିଗ୍ରୀ ବୃଦ୍ଧି ପାଇପାରେ ଦିନର ତାପମାତ୍ରା । ଗ୍ରୀଷ୍ମପ୍ରବାହ ନେଇ ଏପ୍ରିଲ ୨ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୨୦ଟି ଜିଲ୍ଲାଗୁଡିକ ଯଥା- ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବରଗଡ, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ଗ୍ରୀଷ୍ମପ୍ରବାହ ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Comments are closed.