ଆପଣ ଚାନ୍ଦ ପଣ ପାଇଁ ଚିନ୍ତିତ କି , ପ୍ରତିଦିନ କରନ୍ତୁ ଏହି ସବୁ କାମ
ବୟସ ବଢିବା ସଙ୍ଗେ ସଙ୍ଗେ ଶରୀରରେ ବିଭିନ୍ନ ପ୍ରକାର ପରିବର୍ତ୍ତନ ଦେଖାଯାଏ । ଶରୀରରେ ମେଟାବଲିଜମର ମାତ୍ରା ବଢିଥାଏ । ଭାରତରେ ପ୍ରତି ୨ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ମଧ୍ୟରେ ଚନ୍ଦାପଣର ସମସ୍ୟା ଦେଖାଯାଏ । ଅକାଳରେ ଚୁଟି ଝଡିପଡ଼େ ଏବଂ ଚନ୍ଦାପଣର ଶିକାର ହେବାକୁ ପଡେ । କିନ୍ତୁ କମ୍ ବୟସରେ ଚନ୍ଦାପଣ ଗ୍ରାସ କରିବା ଏକ ବଡ଼ ସମସ୍ୟା । ତେବେ କିଛି ଟିପ୍ସ ଆପଣାଇ ଆପଣ ନିଜ ଚୁଟିର ଧ୍ୟାନ ରଖିପାରିବେ । ଏବେ ପ୍ରଶ୍ନ ଉଠୁଛି କାହିଁକି ଅଧିକ ଲୋକ ଏହି ଚନ୍ଦାପଣର ଶିକାର ହୁଅନ୍ତି? ହର୍ମୋନାଲରେ ପରିବର୍ତ୍ତନ , ଶରୀରରେ ପୋଷକ ତତ୍ତ୍ୱର ଅଭାବ , କେମୋଥେରାପି କିମ୍ବା ଅତ୍ୟଧିକ ଔଷଧ ସେବନ ,ଚାପଗ୍ରସ୍ତ ,ଶୀଘ୍ର ଓଜନରେ ହ୍ରାସ,ଗମ୍ଭୀର ରୋଗ ଇତ୍ୟାଦି । ଏହା ଦ୍ୱାରା ଶରୀରରେ ମେଟାବଲିଜମର ମାତ୍ରା ବଢେ ଏବଂ ଚନ୍ଦାପଣର ସମସ୍ୟା ଦେଖାଯାଏ ।
ଡ଼ାଇଟରେ ନିଅନ୍ତୁ ପ୍ରୋଟିନ୍ : ହେୟାର୍ ଗ୍ରୋଥ୍ ପାଇଁ ପ୍ରୋଟିନ୍ ନିହାତି ଜରୁରୀ । ଅଣ୍ଡା,ମାଛ , କମ୍ ଚର୍ବି ଥିବା ମାଂସରେ ପ୍ରୋଟିନର ମାତ୍ରା ଅଧିକ ଥାଏ । ଯାହା ଚୁଟି ବଢାଇବା ପାଇଁ ଲାଭଦାୟକ ହୋଇଥାଏ । ଖାଦ୍ୟରେ ଜରୁରୀ ଭିଟାମିନ୍ ସାମିଲ୍ କରନ୍ତୁ । ଭିଟାମିନ୍ ଏ ଚୁଟିମୂଳରେ ପ୍ରାକୃତିକ ତେଲ ବିକାଶ କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ । ଭିଟାମିନ୍ ଇ ରକ୍ତ ସଞ୍ଚାଳନକୁ ବଢାଇଥାଏ । ବେଳେବେଳେ ଘରୋଇ ଉପଚାର ମଧ୍ୟ ଚୁଟି ବଢାଇବାରେ ସହାୟକ ହୋଇଥାଏ । ରସୁଣ ଏଥିପାଇଁ ଭଲ ମସାଜର୍ ହୋଇପାରେ । ରସୁଣ,ପିଆଜ,ଅଦାର ରସକୁ ଆପଣ ମୁଣ୍ଡରେ ମାଲିସ୍ କରିପାରିବେ । ରାତିରେ ମାଲିସ୍ କରି ସକାଳେ ଧୋଇପାରିବେ । ଆୟୁର୍ବେଦିକ ଡ଼ାକ୍ତରଙ୍କ କହିବାନୁସାରେ,ଏହା କରିବା ଦ୍ୱାରା ଆପଣଙ୍କ ଚୁଟି ପୁନର୍ବାର ବଢିଯିବ । ଆମେ ପ୍ରତିଦିନ ଖାଦ୍ୟ ଖାଇଲା ଭଳି ଚୁଟିକୁ ମଧ୍ୟ ଖାଦ୍ୟ ଦରକାର ଏବଂ ପ୍ରତିଦିନ କିଛି ଡ୍ରପ୍ ତେଲ ନେଇ ହାଲକା ହାଲକା ମସାଜ୍ କଲେ ରକ୍ତ ସଞ୍ଚାଳନ ହେବା ସହ ଚୁଟିର ଗ୍ରୋଥ୍ ମଧ୍ୟ ବଢିଥାଏ ।
Comments are closed.