ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା; ବଦଳିଲେ ଭରତପୁର ଥାନା ଆଇଆଇସି

0

ବଦଳିଲେ ଭରତପୁର ଥାନା ଅଧିକାରୀ। ଭରତପୁର ଥାନା ଆଇଆଇସି ଦିନକୃଷ୍ଣ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସମେତ ଜଣେ ମହିଳା ଏଏସଆଇ ସଲିଳମୟୀ ସାହୁ ଓ ଜଣେ କନଷ୍ଟେବଳ ବଳରାମ ହାଁସଦାଙ୍କୁ ବି ବଦଳି କରାଯାଇଛି।

ଭରତପୁର ଥାନା ଅଧିକାରୀ ଓ ମହିଳା ଏଏସଆଇଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରାଯାଇଛି। ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନାର ନୂଆ ଆଇଆଇସି ଭାବରେ ନିଯୁକ୍ତି ମିଳିଛି।

ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ବାନ୍ଧବୀଙ୍କୁ ଭରତପୁର ଥାନାରେ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଇଥିବ ଅଭିଯୋଗ ହୋଇଥିଲା। କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି। ତେବେ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଭରତପୁର ଥାନା ଆଇଆଇସିଙ୍କ ସମେତ ୨ ପୁଲିସ କର୍ମଚାରୀଙ୍କୁ ବଦଳି କରାଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତ ଶନିବାର ବିଳମ୍ବିତ ରାତିରେ ଗୁରୁବଂଶ ପଟିଆରୁ ବାନ୍ଧବୀଙ୍କ ସହ କାରରେ ଯାଉଥିଲେ। ମଝି ରାସ୍ତାରେ ୨ଟି କାରରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେ ଭରତପୁର ଥାନାକୁ ଯାଇଥିଲେ।

Leave A Reply

Your email address will not be published.