୩୦ରୁ ପୁଣି ବର୍ଷିବ

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ପାଖାପାଖି ଅଞ୍ଚଳରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ବଳୟ ଆଜି ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଏବେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଅଞ୍ଚଳ ଉପରେ ରହିଛି। ଏଥିସହ ମୌସୁମୀଜନିତ ନିମ୍ନ ଚାପରେଖା ଗୁରୁବାର ଦିନ ରାଜସ୍ଥାନର ବିକେନାର୍‌ରୁ ବାହାରି କୋଟା, ରାଇସେନ, ଦୁର୍ଗ ଓ ପଶ୍ଚିମ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏ ଲମ୍ବିଛି।

ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଗୁରୁବାର ଦିନ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି। ଆଜି ମଧ୍ୟ ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Comments are closed.