ଆଜି ପ୍ରବଳ ବର୍ଷିବ

ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଏନେଇ ବରଗ ଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼ ଏହିସବୁ ଜିଲାରେ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୦ ଜିଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି। ସେହି ଜିଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।

Comments are closed.