ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି, କାଲି ଏହି ଜିଲ୍ଲାରେ ବର୍ଷିବ
ଭୁବନେଶ୍ବର : ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଖରା ଓ ପ୍ରବଳ ଗୁଳୁଗୁଳି ହେଉଛି । ହେଲେ ୫ ତାରିଖରୁ ବା ଆସନ୍ତାକାଲି ଠାରୁ ଗୁଳୁଗୁଳିରେ ଲାଗିବ ବ୍ରେକ୍ । ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷା । ପ୍ରଥମେ ଘଡଘଡି ବିଜୁଳି ସହ ବର୍ଷା ହେବ । ପ୍ରଥମ ସପ୍ତାହ ଶେଷ ବେଳକୁ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଏହାପରେ ୯ ରୁ ୧୩ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୫ ତାରିଖରେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା ଓ ବାଲେଶ୍ଵରରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଏହି ସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି ପାଣିପାଗ ବିଭାଗ । ବର୍ତ୍ତମାନ ଦୁର୍ବଳ ମୌସୁମୀ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଏହାଠୁ ଅଧିକ ରେକର୍ଡ ହୋଇଛି । ଉଚ୍ଚ ତାପମାତ୍ରା ଓ ଆର୍ଦ୍ରତା ପ୍ରଭାବରେ ଉପକୂଳ ଓଡିଶା ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୁଳୁଗୁଳି ହେଉଛି । ମାତ୍ର ୫ ତାରିଖରୁ ବର୍ଷା ବଢିପାରେ ।
Comments are closed.