ପୁଣି ଫେରିଲା କୋହଲା ପାଗ

ଭୁବନେଶ୍ବର: ଦୁଇ ଦିନ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆଜି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି। ପାଣିପାଗ କେନ୍ଦ୍ରର ସତର୍କତା ପରେ ପୋଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି।

ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆଜି ସକାଳ ସାଢେ ଆଠଟା ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Comments are closed.