ଲାଲ୍‌ କୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଭେଟେରାନ ରାଜନେତା ଲାଲ୍‌ କୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଏଲ୍‌.କେ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରିଛନ୍ତି। ଆଡଭାନୀଙ୍କ ଅସୁସ୍ଥତାକୁ ଦୃଷ୍ଟିରେ ରଖି ଏହା ସ୍ଥିର କରାଯାଇଥିଲା।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡା ଉପସ୍ଥିତ ଥିଲେ।

Comments are closed.