ଲାଲୁଙ୍କ ପରିବାରକୁ ମିଳିଲା ଆଶ୍ୱସ୍ତି

ପାଟନା :ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଓ ତାଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଜମି ବଦଳରେ ଚାକିରି ଦେବା ଦୁର୍ନୀତି ମାମଲାରେ ତାଙ୍କୁ ଓ ତାଙ୍କ ପରିବାରକୁ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଜାମିନ ପ୍ରଦାନ କରିଛନ୍ତି।

ଆଜି ଲାଲୁ ପ୍ରଦାଦ ଯାଦବ, ତାଙ୍କ ପତ୍ନୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଓ ଝିଅ ମିସା ଭାରତୀ ଦିଲ୍ଲୀ ରାଉସ ଏଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ତେବେ ଏହି ତିନି ଜଣଙ୍କୁ ୫୦ ହଜାର ଟଙ୍କା ମୁଜଳିକାରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଏହି ମାମଲାରେ ସିବିଆଇ ଗତବର୍ଷ ଅକ୍ଟୋବର ମାସରେ ଲାଲୁ ଓ ତାଙ୍କ ପତ୍ନୀ ରାବ୍ରି ଦେବୀଙ୍କ ସମେତ ୧୪ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କରିଥିଲା। ତେବେ ଏହି ଚାର୍ଜଶିଟ୍‌ରେ ଗିରଫଦାରୀ ବିଷୟରେ କିଛି ଦର୍ଶାଯାଇନଥିବା କହି କୋର୍ଟ ଜାମିନ ମଞ୍ଜୁର କରିଛନ୍ତି।

Comments are closed.